• Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Facebook Twitter Instagram
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Facebook Twitter Instagram YouTube
Odia Story | Online Odia Story, Novel, Magazine Promoting Odia LiteratureOdia Story | Online Odia Story, Novel, Magazine Promoting Odia Literature
  • Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Odia Story | Online Odia Story, Novel, Magazine Promoting Odia LiteratureOdia Story | Online Odia Story, Novel, Magazine Promoting Odia Literature
Home»ଉପନ୍ୟାସ»ବାବାଜୀ ଲଳିତା ଦାସ :
ଉପନ୍ୟାସ

ବାବାଜୀ ଲଳିତା ଦାସ :

ଫକୀର ମୋହନ ସେନାପତିBy ଫକୀର ମୋହନ ସେନାପତିNovember 26, 2018No Comments2 Mins Read
Facebook Twitter Pinterest Reddit LinkedIn Tumblr Email
Share
Facebook Twitter Pinterest Reddit Email

ଗଲା କାଲିଠାରୁ ଗାଁରେ ଭାରି ଗୋଟାଏ ଚହଳ ପଡିଛି । ହାଟ-ବାଟ, ଗାଧୁଆ ତୁଠ, ହାଣ୍ତିଶାଳ, ଢ଼େଙ୍କିଶାଳ, ଯେଉଁଠାକୁ ଯାଅ, ଶୁଣ ସେହି କଥା । କେଉଁଠାରେ ତୁନିତୁନି କଥା ଚାଲିଛି, କେହି ପାଟିକରି କହୁଛି, କେହିଜଣେ କୁହାଳିଆ ହାତ ହଲାଇ, ମୁଣ୍ତ ହଲାଇ କଥା ମେଲିଛି, ପାଞ୍ଚଜଣ ବସି ଥିର ମନରେ ଶୁଣୁଛନ୍ତି । କଥାଟା ତ ନାନା ରୂପ ଧାରଣ କରି ଚାଲିଛି, ଆମ୍ଭେମାନେ ତାହାର ସାରାଂଶ ଆପଣଙ୍କୁ ଶୁଣାଇବୁ ।

ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡ଼ା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲଥୁକୁଲ, ମୁଣ୍ତଟି ଲଣ୍ତା, ମଝିରେ ତରଭୁଜ ଡେମ୍ପ ପରି ଚୂରକି, ବେକରେ ମୋଟା ମୋଟା ତୁଳସୀ କଣ୍ଠି ପାଞ୍ଚଫେରା ବସିଛି । ବାବାଜୀ ମୁହଁ ଅନ୍ଧାରରୁ ଉଠି ପ୍ରାତଃସ୍ନାନ ସାରି ନାସା ଅର୍ଦ୍ଦରୁ କେଶ ପର୍ଯ୍ୟନ୍ତ ଚିତା ଆଉ ଡେଡ୍ ଲେଟର ଅଫିସରୁ ବେରିଂ ଚିଠି ବାହୁଡ଼ିଲାପରି ସର୍ବାଙ୍ଗରେ ଛାପା ଲଗାଇ ହରିନାମ ଶୁଣାଇବା ସକାଶେ ଗ୍ରାମକୁ ବାହାରନ୍ତି । ପରିଧାନ କୌପୀନ; ତାହା ଉପରେ ବହିର୍ବାସ, ପିଠିରେ ନାମାବଳୀ, ହାତରେ ଝୁଲି । ବାବାଜୀ ଗ୍ରାମରେ ବୁଲି ଲୋକମାନଙ୍କୁ ହରିନାମ ଶୁଣାନ୍ତି, ସନ୍ଧ୍ୟା ସମୟରେ ଖଞ୍ଜଣୀ ବଜାଇ କୀର୍ତ୍ତନ ଗାନ୍ତି, ତହିଁ ଉତ୍ତାରେ ଚୈତନ୍ୟ ଭାଗବତ ପାଠ । ସନ୍ଧ୍ୟା ସମୟରେ ଭାଗବତଘରେ ଭାରି ବୈଠକ ହୁଏ ଗ୍ରାମର ବୁଢ଼ା ଭଳିଆ ଦଶ ବାରଜଣ ତନ୍ତୀ ଭେକ ନେବାର କଥା ହେଲାଣି । ବାବାଜୀଟି ଭାରି ନିର୍ଲୋଭ, କହି କିଛି ଦେଲେ “ହରେ କୃଷ୍ଣ, ହରେ କୃଷ୍ଣ” କହନ୍ତି । ଏପରି ସାଧୁ କେବେ କାହିଁ ଦେଖା ନାହିଁ । ଆଜକୁ ଦୁଇଦିନ ହେଲା ବାବାଜୀ କାହିଁ ଅନ୍ତର୍ଦ୍ଧାନ ହୋଇଗଲାଣି, ସାଙ୍ଗେ ସାଙ୍ଗେ ମଙ୍ଗରାଜଙ୍କ ଉଆସରେ ମରୁଆକୁ ଖୋଜା ପଡ଼ିଛି । କେହି କେହି କହିନ୍ତି, ସେ ବାବାଜୀ ସାଙ୍ଗରେ ବୃନ୍ଦାବନ ଧାମକୁ ଚାଲିଗଲା । ବାସ୍ତବରେ ସେ ଯଦି ସାଧୁ ସହବାସରେ ତୀର୍ଥଯାତ୍ରା ଉଦ୍ଦେଶ୍ୟରେ ବାହାରି ଯାଇଥାଏ, ତେବେ ଆମ୍ଭେମାନେ କାହାର ଚରିତ୍ର ବିପକ୍ଷରେ କୌଣସି ମନ୍ତବ୍ୟ ପ୍ରକାଶ କରିବାଦ୍ୱାରା ସାଧୁ ଏବଂ ସାଧ୍ୱୀଙ୍କର ନିନ୍ଦାଜନିତ ମହାପାତକ ଅର୍ଜନ କରିବାକୁ ଅନିଚ୍ଛୁକ । କେବଳ ଗୋଟାଏ କଥା ଶୁଣିବାବେଳୁଁ ମନଟା କିପରି ଗୁଡ଼େଇପୁଡ଼େଇ ହେଉଛି । ମରୁଆ ସାନ ବୋହୂଙ୍କର ଭାରି ବିଶ୍ୱାସୀ ଥିଲା, ସବୁବେଳେ ତାଙ୍କରି ପାଖରେ ଥାଏ । ମରୁଆ ସହିତ ସାନବୋହୂଙ୍କ ବାକ୍‌ସରେ ଥିବା ଅଳଙ୍କାରଗୁଡ଼ିକ ମଧ୍ୟ ମିଳୁନାହିଁ, ବାପଘରୁ ଏବଂ ଶାଶୁଘରୁ ବିଭା ସମୟରେ ମୁହଁଚାହାଁଣି ନଗଦ ଟଙ୍କା ପାଇଥିଲେ, ତାହା ମଧ୍ୟ ବାକ୍‌ସରେ ଥିଲା । ବାକ୍‌ସ ମେଲା ହୋଇ ପଡ଼ିଛି – ପଦାର୍ଥ କିଛି ନାହିଁ । ସମସ୍ତେ ମାଲ ସହିତ ମରୁଆର ସମ୍ପର୍କ ରଖି କଥା କହୁଛନ୍ତି । ସାନ ବୋହୂତ ସାଫ୍ ଡକା ପାଡୁଛନ୍ତି । ସମସ୍ତେ ଡକା ପଡ଼ି ତୁନି ହେଲେ, ମରୁଆକୁ ଖୋଜିବାକୁ କିଏ ଯାଉଛି ? ଯେଉଁ ଦୁଆରେ ଦିନ ନାହିଁ, ରାତି ନାହିଁ, ଲୋକେ ଯିବାଆସିବା ଗହଳି ଲାଗିଥିଲା, ସେ ଦୁଆରେ ଦୁବ ମାଡ଼ିଗଲାଣି ।

Share. Facebook Twitter Pinterest LinkedIn Tumblr Reddit Email
Previous Articleମଙ୍ଗରାଜ ଘରର ହାଲଚାଲ :
Next Article ଅପୂର୍ବ ମିଳନ :
ଫକୀର ମୋହନ ସେନାପତି

Related Posts

ଡାକମୁନ୍ସି

February 10, 2022

ଉପସଂହାର

November 26, 2018

ଅପୂର୍ବ ମିଳନ :

November 26, 2018

ମଙ୍ଗରାଜ ଘରର ହାଲଚାଲ :

November 26, 2018

ଖୁଣି ତଦାରଖି :

November 26, 2018

କର୍ମଫଳ :

November 26, 2018
Add A Comment

Leave A Reply Cancel Reply

Odia Stories
  • Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
  • Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Facebook Twitter Instagram Pinterest
© 2023 ThemeSphere. Designed by ThemeSphere.

Type above and press Enter to search. Press Esc to cancel.