• Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Facebook Twitter Instagram
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Facebook Twitter Instagram YouTube
Odia Story | Online Odia Story, Novel, Magazine Promoting Odia LiteratureOdia Story | Online Odia Story, Novel, Magazine Promoting Odia Literature
  • Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Odia Story | Online Odia Story, Novel, Magazine Promoting Odia LiteratureOdia Story | Online Odia Story, Novel, Magazine Promoting Odia Literature
Home»ଉପନ୍ୟାସ»ସ୍ୱନାମ ପୁରୁଷ ଧନ୍ୟଃ
ଉପନ୍ୟାସ

ସ୍ୱନାମ ପୁରୁଷ ଧନ୍ୟଃ

ଫକୀର ମୋହନ ସେନାପତିBy ଫକୀର ମୋହନ ସେନାପତିNovember 26, 2018No Comments5 Mins Read
Facebook Twitter Pinterest Reddit LinkedIn Tumblr Email
Share
Facebook Twitter Pinterest Reddit Email

ମଙ୍ଗରାଜେ ଗରିବ ପୁଅ ଥିଲେ । ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ । ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡ଼ା ନ ଉଠିବାରୁ କାନ୍ଥ ପଡ଼ିଯାଇଥିଲା । ଏହାଙ୍କ ବାଲ୍ୟଜୀବନ, ବିଦ୍ୟାଶିକ୍ଷା, କର୍ମକ୍ଷେତ୍ରରେ ପ୍ରବେଶ ପ୍ରଭୁତି ଘଟଣାମାନ ବିଚିତ୍ର ରକମର । ଜଗତର କୌଣସି ପ୍ରଧାନ ଲୋକଙ୍କ ଜୀବନ ଚରିତ ଅଲୌକିକ ଘଟଣାଶୂନ୍ୟ ନୁହେଁ । ସେ ସବୁ କଥା ଲେଖିବାକୁ ଗଲେ ଢେର କାଗଜ କଲମ, ଢେର ସମୟ ଆବଶ୍ୟକ ମାତ୍ର ପରିମିତବ୍ୟୟିତା ଯେ ଗୋଟିଏ ମହତ୍ ଗୁଣ, ଏ ବିଷୟରେ ଆମ୍ଭମାନଙ୍କର ଶିକ୍ଷାଗୁରୁ ମଙ୍ଗରାଜେ । ଅର୍ଥନୀତି ସମ୍ବନ୍ଧରେ ମହାପଣ୍ଡିତ ବେଞ୍ଜାମିନ ଫ୍ରାଙ୍କଲିନ ଯେଉଁ ଉପଦେଶ ଦେଇଯାଇଛନ୍ତି, ସେଥିର ମର୍ମ ଆମ୍ଭେମାନେ ଠିକେ ଠିକେ ସବୁକଥା ଲେଖି ମଙ୍ଗରାଜ ଅର୍ଥନୀତିର ମର୍ଯ୍ୟାଦା ରକ୍ଷା କରିବାକୁ ଚେଷ୍ଟା କରିବୁଁ । ମଙ୍ଗରାଜଙ୍କ ଜମିଦାରୀ ନାମ ଫତେପୁର ସରଷଣ୍ଢ, ସଦରଜମା ପାଞ୍ଚ ହଜାର, ଅଠେଇଶ ବାଟି ବାହେଲ ଲାଖରାଜ, ବାଜିଆପ୍ତି ପନ୍ଦର ବାଟି ସତାଇଶ ମାଣ, କିମ୍ବା ଜାଣ, ଏଥିର ଜଣେ ସାତ ମାଣିଆ ସରିକଦାର ଥିବାର ଜଜ୍ ଅଦାଲତରେ ଅପିଲ ଦାୟର ଅଛି । ଲୋକେ କହନ୍ତି ଚାଳିଶ ପଚାଶ ହଜାର ଟଙ୍କା ମହାଜନୀରେ ଖେଳୁଅଛି । ବଡ଼ଲୋକ ଘରକଥା ବଡ଼ ଶୁଭେ । ଆମ୍ଭେମାନେ ଅନୁମାନ କରୁଁ ୧୫ ହଜାରରୁ ବେଶିନୁହେଁ । ମିଥ୍ୟା କଥା କହିବା ଆମ୍ଭମାନଙ୍କର ଧର୍ମନୁହେଁ । ଇନକମ୍ ଟିକସ ଇଲାକା ପିଆଦାଠାରୁ ଶୁଣି ଏକଥା କହୁଅଛୁ । ଧାନ ମହାଜନୀ କାଗଜ କୋଡ଼ିଏ ବରଷ ହେଲା ରଫା ହୋଇନାହିଁ । ଏଥର ସଠିକ ହିସାବ ଦେବାକୁ ଅକ୍ଷମ । ଗଲାଅଙ୍କ ସୁନିଆଁ ବାହାରେ ଧାନଘରିଆ ଯେଉଁ ପାଞ୍ଜି ଦାଖଲ କରିଥିଲା, ସେଥି ମଥୋଟରୁ ଆମ୍ଭେମାନେ ଜାଣିଅଛୁ ଯେ, ଦୁଇ ହଜାର ସାତ ଭରଣ ପନ୍ଦର ନଉତି ଛ ବିଶ୍ଵା ଦୁଇ କାଣି ଧାନ ଅମାରରେ ଜମା ଅଛି । ଘର ପାଞ୍ଚ ପରସ୍ତ । ତିନି ପୁଅ । ଏକ ପରସ୍ତରେ ସାଆନ୍ତ ସାଆନ୍ତାଣି ଓ ସାନଝିଅ ମାଳତି ଥାନ୍ତି, ବାହାର ପରସ୍ତ କଚେରୀ । କଚେରୀ ଘର ପାଞ୍ଚ ଶେଣିଆ, ଶେଣି ପଟାରେ ବାଘ, ହାତୀ, ବିରାଡ଼ି, ରାଧାକୃଷ୍ଣ, ମାଙ୍କଡ଼ ଖୋଳାଯାଇଅଛି । କାନ୍ଥ ସବୁରେ ନୀଳ, ଶୁକ୍ଳ, ରକ୍ତ, ହରୀତ, ପାଟଳ ବିବିଧ ରଂଗର ପଦ୍ମ, କହ୍ଲାର, କୁମୁଦ,ମାଳତି ପୁଷ୍ପମାଳା, ବାନରଯୁଥ, ରାକ୍ଷସ ଶ୍ରେଣୀ ସମ୍ବଳିତ ରାମ ରାବଣ ଯୁଦ୍ଧ ପ୍ରଭୁତି ପୌରାଣିକ ଘଟଣାମାନ ଅଙ୍କିତ ରହିଅଛି । ରାଜପୁତନାର କୌଣସି ସ୍ଥାନରେ ଗୋଟିଏ ଉଲଙ୍ଗ ସ୍ତୀ ମୂର୍ତ୍ତ ଦେଖି ଟଡ୍ ସାହେବ ଅନୁମାନ କରିଅଛନ୍ତି ଭାରତର ପୂର୍ବକାଳରେ ଅଙ୍ଗନାମାନେ ଉଲଙ୍ଗ ଥିଲେ । ହାୟ ! ହାୟ ! ଆମ୍ଭେମାନେ ମଙ୍ଗରାଜଙ୍କ କାନ୍ଥରେ ଚିତ୍ର ଦେଖାଇ ସାହେବଙ୍କ ମୂର୍ଖତା ଦୂର କରିପାରିଲୁ ନାହିଁ । ଭିତ୍ତିଚିତ୍ରିତ ସଖିମଣ୍ଡଳୀ ପରିବେଷ୍ଟିତ ରାଧିକାଙ୍କର ଗେରୁ ରଙ୍ଗରେ ହାଣ୍ଡିକଳା ବୁଟାଦାର ଘାଗରା ଦେଖିଲେ ଅବଶ୍ୟ ସାହେବଙ୍କର ମୂର୍ଖତା ଓ ଭ୍ରାନ୍ତି ବିଦୁରିତ ହୋଇଥାନ୍ତା । ଏହି ସମସ୍ତ ଚିତ୍ର ଅଙ୍କିତ କରାଇବା ନିମନ୍ତେ ଅନ୍ୟଦେଶରୁ ଚିତ୍ରକାର ଲୋଡ଼ିବାକୁ ହୋଇନାହିଁ । ସମସ୍ତ କାଯ୍ୟ ଚଂପାଙ୍କର ହୃହସ୍ତ ସଂପାଦିତ ଅଟେ । ଚଂପା ଏତେ ପ୍ରକାର ପଶୁର ଛବି ଚିତ୍ର କରିପାରେ ଯେ ସେପରି ପୂର୍ବର କଲିକତା ଜୁଲଜିକେଲ ଉଦ୍ୟାନରେ (ଚିଡ଼ିଆଖାନା)ତୁମ୍ଭେ ଖୋଜି ପାଇବନାହିଁ ।

ମଙ୍ଗରାଜ ଉଆସ ଲଗାଲଗି ପଛରେ ଗୋଟିଏ ବଡ଼ ବଗିଚା, ବାଡ଼ିଦୁଆର ଚାରି ପାଖରେ ଗୋଟିଏ, ପୋଖରୀ —-ପୋଖରୀ ଚାରିପାଖରେ ନଡ଼ିଆ ଗଛ, ତା ପଛକୁ କଦଳୀ, ଆମ୍ବ, ପଣସ, ଓଆଉ ଗଛ । ବଗିଚା ପଗାର ଚାରିପାଖ ସୁନାର ଖାଇ ବାଉଁଶ ବାଡ଼ ପ୍ରାଚୀର ପରି ବେଢ଼ି ରହିଅଛି । ମଙ୍ଗରାଜଙ୍କ ପରି ନିସ୍ୱାର୍ଥ ଲୋକ ଦୁନିଆରେ ଅଳ୍ପ ଦେଖିବ । ତାଙ୍କର ସବୁ କାର୍ଯ୍ୟ ପରୋପକାର ନିମନ୍ତେ । ସାଆନ୍ତଙ୍କର ଏହିବଡ଼ ବଗିଚାଟି ଗୋବିନ୍ଦପୁର ହାଟର ସ୍ଥିତି ଓ ଉନ୍ନତିର ମୂଳାଧାର ଅଟେ । ବଗିଚାର ନଡ଼ିଆ, କଦଳୀ, ବାଇଗଣ, କଖାରୁ, ଖଡ଼ାଠାରୁ ଲଙ୍କାମରିଚ ପର୍ଯ୍ୟନ୍ତ ନ ଯାଉଥିଲେ ହାଟର ଏଡ଼େ ଜାରି ଦେଖନ୍ତି ନାହିଁ । ସାଆନ୍ତଙ୍କ ବଗିଚାର ପରିବା ବିକା ନ ସରିଲେ ଆଉ କାହାରି ବିକିବାର ଅଧିକାର ନାହିଁ । ସେ ତ ଠିକ କଥା । ଭଲ ଜିନିଷ ଗୁଡ଼ାକ ପଡ଼ିରହିବ, ଖରାପ ଜିନିଷ ଆଗେ ବିକ୍ରି ହେବ, ଏହା ତ ଉଚିତ୍ ନୁହେଁ । ହାଟ ଯେ ନିଜ ଜମିଦାରୀ ମଧ୍ୟରେ, ଅନ୍ୟ ଲୋକର ହୋଇ ଥିଲେ ଅନ୍ୟ କଥା । ସୁନିଆ ଓ ପର୍ବ ପର୍ବାଣୀରେ ଯେ ସବୁ କଖାରୁ, ବାଇଗଣ, କଖାରୁ ଭେଟି ଆସେ, ସେ ସବୁ ସଳଖେ ହାଟକୁ ଯାଏ । ଚୀନ୍ ଦେଶର ପ୍ରାଚୀର ତୟାରୀ ହେଲା ଉତ୍ତାରେ ସମ୍ରାଟ ସମସ୍ତ ଇତିହାସ ଲେଖକଙ୍କୁ ଧରିଆଣି ହତ୍ୟା କରିଥିଲେ; କାରଣ ପ୍ରାଚୀରରେ କେତେ ଟଙ୍କା ଖରଚ ହେଲା, କାଳେସେମାନେ ଲେଖିପକାଇବେ । ଏଥକୁ ଆମ୍ଭେମାନେ ସମ୍ରାଟଙ୍କୁ ନିରହଙ୍କାରି ପୁରୁଷ ବୋଲି କହୁ । ମହତ ଲୋକମାନେ ମହତ କାର୍ଯ୍ୟ ସାଧନ କରି ସେଥିରେ କେତେ ଟଙ୍କା ଖରଚ ହେଲା, କହିବୁଲନ୍ତି ନାହିଁ । ମଙ୍ଗରାଜଙ୍କୁ ପଚାର, ଆପଣଙ୍କ ନଅର ବନାରେ କେତେଟଙ୍କା ଲାଗିଲା? ଉତ୍ତର ‘ଢ଼େର ଟଙ୍କା, ଢ଼େର ଟଙ୍କା, ମୁଁ ତ ସେଥିରେ ମରିଗଲି । ପାଠକ ନିରାଶ ହେବେ ନାହିଁ, ଅଧିର ହେବେ ନାହିଁ ।

ପ୍ରତ୍ନତତ୍ତ୍ଵ ବିଦ୍ୟାଳୟରେ ସବୁ ପୁରୁଣା କଥାର ଠିକଣା ଲାଗିଯାଏ । ନଅଶ ବରଶ ଉତ୍ତାରେ ଜଣେ ସାହେବ ଆସି ପୁରୀ ମନ୍ଦିର ତୟାରିରେ କେତେ ଟଙ୍କା ଖରଚ ହେଲା, ତାହା ହିସାବ କରି ତାଲିକା ଦେଖାଇଲେ । ମଙ୍ଗରାଜଙ୍କର ଲେଉଟିଆ ଶାଗ ବିକ୍ରି ପର୍ଯ୍ୟନ୍ତ ପତ୍ର ରହିଅଛି, ଘର ତୟାରି ଖରଚର କି ହିସାବ ମିଳିବ ନାହିଁ ? ଦେଓଆନ ଗଙ୍ଗାଗୋବିନ୍ଦ ସିଂହଙ୍କ ମାତୃ କ୍ରିୟା ପରି କ୍ରିୟା ଭାରତ ବର୍ଷରେ ଆଜିଯାଏ କେହି କରିନାହିଁ, କରିବ ନାହିଁ । ବଙ୍ଗଳା ହତାର ସମୁଦାୟ ଜିଲ୍ଲାର କିଲଟର ସାହେବ ଡାଲି, ଚାଉଳ, ମଇଦା, ତେଲ, ଘିଅ, ନଡ଼ିଆ, କଦଳୀ କିଣି ପଠାଇବେ ବୋଲି ବଡ଼ଲାଟ ସାହେବ ସେମାନଙ୍କ ଉପରେ ଚିଠା ଜାରି କରିଥିଲେ । ନବଦ୍ଵୀପର ରାଜା ଶିବଚନ୍ଦ୍ର ସେହିପରି ମାତୃକ୍ରିୟା କରିବାକୁ ଇଛାକରି ଖରଚର ଡାବ ମାଗି ପଠାଇଲେ । ଦେଓଆନ୍ ଗଙ୍ଗାଗୋବିନ୍ଦ କେବଳ ଗଞ୍ଜେଇ, ଆପୁ, ଧୂଆଁପତ୍ର ଖରଚର ଡାବ ପଠାଇଦେଇ ତାହା ଅନୁପାତରେ ସମସ୍ତ ଖରଚର ଠିକଣା ଲଗାଇବାକୁ ସଙ୍କେତ କରି ଭାଷା ଲେଖିଥିଲେ । ଏହିସବୁ ଜିନିଷ ଖରିଦରେ ବାସ୍ତରି ହଜାର ଟଙ୍କା କରଚ ପଡ଼ିଥିଲା । ନଗଦ ତ ଖରିଦ ଛାଡ଼ି ସମସ୍ତ ଜମିଦାରୀ ଭେଟିରେ ଅନେକ ଜିନିଷ ଦେଇଥିଲେ । ଆମ୍ଭେମାନେ ଘର ତୟାରିର ଗୋଟିଏ ହିସାବ ଦେଉଅଛୁ, ବୁଦ୍ଧିମାନ ପାଠକମାନେ ତାକୁ ଧରି ମୋଟ ଖରଚ କଥା ବୁଝିପାରିବେ । ଧାନଘର ପାଞ୍ଜିରୁ ଆମ୍ଭେମାନେ ଠିକ୍ ହିସାବ ପାଇଅଛୁ । ବଢ଼େଇ, କମାର ବେଠିଆଙ୍କ ପଛେ ପନ୍ଦର ଭରଣ ବାଇଶି ନଉତି ଧାନ ଖରଚ ପଡିଥିଲା ।

ମଙ୍ଗରାଜଙ୍କ ମୁହଁରୁ ଅନେକ ଥର ଶୁଣାଯାଇଅଛି, ସେ କେବଳ ପରର ବିକଳ ସହିନପାରି ଧାନ ଟଙ୍କା କରଜ ଦିଅନ୍ତି । ନୋହିଲେ ସେଥିରେ ତାଙ୍କର ନିଜର କିଛିଲାଭ ନାହିଁ । ଆମ୍ଭେମାନେ କହୁ, ବରଞ୍ଚ ଲୋକସାନ । ଧାନ ଦେଢ଼ିରୁ ବେଶି କରଜା ନାହିଁ, ଏଥିରେ ଲାଭ କଣ? ଦିଅନ୍ତି ଶୁଖିଲା ପୁରୁଣା ଧାନ, ନେବା ବେଳକୁ ନୂଆ କଞ୍ଚା । ଆଛା ପାଠକ, ଆପଣଙ୍କ ଓଦା ଲୁଗାଟା ଆଗେ ଓଜନ କରନ୍ତୁ, ଦେଖିବେ ଓଦା ଶୁଖିଲାର କେତେ ପ୍ରଭେଦ । ଗଲା ଅଙ୍କ ପାଞ୍ଜିଆ ଯେ ସାଲତମାମି ଦାଖଲ କରିଥିଲା, ସେଥିରେ ମହାଜନୀ କରଜରେ ଆଠ ଟଙ୍କା ଛଅଅଣା ଦୁଇକଡ଼ା ଦୁଇକ୍ରାନ୍ତି ଛାଡ଼ ତଳେ ପଡ଼ିଥିବାର ଦେଖାଯାଇଅଛି । ଏତେଗୁଡ଼ାଏ ଟଙ୍କା ଛାଡ଼ ସକାଶେ ପାଞ୍ଜିଆ ଗାଳି ଖାଇ ଯେଉଁ ପରି କୈଫିୟତ୍ ଦେଇଥିଲେ, ସେଥିର ସାରମର୍ମ ଏହି ଭିକାରି ପଣ୍ଡା କରଜ ନେବାର ମୂଲ୍ୟ ପାଞ୍ଚଟଙ୍କା । ସେଥିରେ କଳନ୍ତର ଚକ୍ରବୃଦ୍ଧି ପ୍ରମାଣେ ବାରଟଙ୍କା ପାଞ୍ଚଅଣା ଏଗାର ଟଙ୍କା ଦୁଇକଡ଼ା, ଗାଏ ଦୁଇ ପଦକୁ ମୋଟ ଆଦାୟ ସତରଟଙ୍କା ପାଞ୍ଚ ଅଣା ଦୁଇପଇସା ବାଦେ ବାକି ଛାଡ଼ ଦେଢ଼ ଗଣ୍ଡାନ୍

by-ଫକିର ମୋହନ ସେନାପତି

Share. Facebook Twitter Pinterest LinkedIn Tumblr Reddit Email
Previous Articleରାମଚନ୍ଦ୍ର ମଙ୍ଗରାଜ :
Next Article ବାଣିଜ୍ୟେ ବସତେ ଲକ୍ଷ୍ମୀ
ଫକୀର ମୋହନ ସେନାପତି

Related Posts

ଡାକମୁନ୍ସି

February 10, 2022

ଉପସଂହାର

November 26, 2018

ଅପୂର୍ବ ମିଳନ :

November 26, 2018

ବାବାଜୀ ଲଳିତା ଦାସ :

November 26, 2018

ମଙ୍ଗରାଜ ଘରର ହାଲଚାଲ :

November 26, 2018

ଖୁଣି ତଦାରଖି :

November 26, 2018
Add A Comment

Leave A Reply Cancel Reply

Odia Stories
  • Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
  • Home
  • ଗଳ୍ପ
  • ଉପନ୍ୟାସ
  • କାବ୍ୟ ଓ କବିତା
  • ପ୍ରସିଦ୍ଧ କବିତା
  • ଶିଶୁ
    • ଶିଶୁ ଗଳ୍ପ
    • ଶିଶୁ କବିତା
  • ପଞ୍ଚତନ୍ତ୍ର
  • ଅନ୍ୟାନ୍ୟ
Facebook Twitter Instagram Pinterest
© 2023 ThemeSphere. Designed by ThemeSphere.

Type above and press Enter to search. Press Esc to cancel.