ଏବେ ମଧ୍ୟ ବଞ୍ଚିଛି ବେଣୁଧର କ’ଣ କରିବ କିଛି ଠିକ୍ କରି ପାରିଲା ନାହିଁ । ଯେତେବେଳେ ଗାଁଯାକ ଲୋକ ବାହାରନ୍ତି ସାହାଯ୍ୟ କେନ୍ଦ୍ରକୁ ସାହାଯ୍ୟ ପାଇଁ, ବେଣୁଧର ପିଣ୍ଡାରେ ତୁନି ହୋଇ ଠିଆହୁଏ । ଭାବେ,ଏତେ ଲୋକ ଯାଉଛନ୍ତି, ସମସ୍ତଙ୍କ ଆଗରେ ମୁଁ ହାତ ପତେଇ ଠିଆହୋଇ ମାଗିବାଟା ସୁନ୍ଦର ହେବ ନାହିଁ । ଯେଉଁଦିନ କେହି ଯାଆନ୍ତି ନାହିଁ , ସେଦିନ ବେଣୁଧର କାନ୍ଥରେ ଲଟକାଇ ଥିବା ଚିରା କାମିଜ୍ଟାକୁ ଦେହରେ ଗଳାଇ ଦେଇ ଖୁବ୍ ସାହାସରେ ଦାଣ୍ଡକୁ ବାହାରି ପଡ଼େ । ଦାଣ୍ଡ ଡେଇଁ, ବିଲ ପଡିଆ ଡେଇଁ ଯେତେବେଳେ ସେ ବଡ଼ ବରଗଛ ମୂଳେ ପହଞ୍ଚେ, ଟିକିଏ ବସିପଡେ । ଶ୍ୟାମଳ ପତ୍ର ଗହଳ ତଳେ ଶୀତଳ ପବନ ଟିକିଏ ପାଇ ସେ ଆଖି ବୁଜି ଅନେକ ଭାବେ । ଭାବେ,ସେ ଯିବ, କେନ୍ଦ୍ର ଦୁଆରେ ଠିଆ ହେବ । କିପରି ଠିଆ ହେବ ?…
Author: ଗୋଦାବରୀଶ ମହାପାତ୍ର
ମାଗୁଣିର ଶଗଡ଼ ଖଲିକୋଟର ଦୁଇଲକ୍ଷ ଲୋକଙ୍କ ଭିତରେ ପ୍ରତିଦିନ ଯିବା ଆସିବା ଚାଲିଛି କେତେ ସଂସାରରୁ ଯାଉଛନ୍ତି, କେତେ ସଂସାରକୁ ଆସୁଛନ୍ତି ଏ ଖବର ରଖୁଛନ୍ତି ଗୃହ-ପରିବାର ବା ସାଇପଡ଼ିଶାର ଲୋକେ କିନ୍ତୁ ଯେଉଁଦିନ ମାଗୁଣି ଏ ସଂସାର ଛାଡ଼ି ଚାଲିଗଲା, ସେଦିନ ଖବବରଟା ଖଲିକୋଟର ପୁରପଲ୍ଲୀ ସବୁଆଡ଼େ ବ୍ୟାପିଗଲା ଯେ ଶୁଣିଲା ସେ ମୁହୂର୍ତ୍ତେ ହେଲେ ନୀରବ ରହି ଦୁଃଖରେ କହିଲା, “ମାଗୁଣି ଚାଲିଗଲା ? ଆହା-ବିଚରା ଚାଲିଗଲା” ମାଗୁଣି କିଏ ? ଖଲିକୋଟର ସେ ରାଜା ନୁହେଁ, ଏ କଥା ନିଶ୍ଚୟ ସେ ରାଜ୍ୟର ରଜା ନୁହେଁ, ଏ କଥା ସମସ୍ତେ କହିବେ ସେ କର୍ମୀ ନୁହେଁ, ଏ କଥା ସମସ୍ତେ ଜାଣନ୍ତି ସେ କେବେ ସତ୍ୟାଗ୍ରହରେ ଯୋଗ ଦେଇନାହିଁ କି ରଜାକୁ ଖଜଣା ଦେଇନାହିଁ ତା ବେକରେ କିଏ ଫୁଲମାଳ ଲମ୍ବାଇନାହିଁ କି ସେ କାହା ଗଳାରେ ମାଳା ଲମ୍ବାଇଦେବା ଦରକାର ପଡ଼ିନାହିଁ ଜନସମୁଦ୍ର ଭିତରେ କରତାଳି…
ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ,ଜାଗ ଦୁର୍ବଳ ଆଜି ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି, ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀ ! ପୃଥ୍ବୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ, ଖୋରଧାର ଶତ ସରଦାର ଶିର କର ଉନ୍ନତତର ! ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ,ଜାଗ ଦୁର୍ବଳ ଆଜି, ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି | ମେଘାସନ ତଳ ମନ୍ଦ୍ର-ନିନାଦ ବାଜେ ଫୁଲଝର ବୁକେ ରାଇବଣିଆର ରଣ ସଙ୍ଗୀତ ଗଞ୍ଜାମ ପଥେ ଡାକେ | ସିଂଭୂମ କହେ ମରଣ ଦୁଆରେ ବିଶାଖାପାଟଣା ଚାହିଁ ସନ୍ତାନ ମୁଖେ, ଶମଶାନ ବୁକେ ପ୍ରାଣ ସଙ୍କେତ ନାହିଁ | ଉଠ ଦୁର୍ବଳ, ଜାଗ କଙ୍କାଳ, ଛିଡ଼ୁ ଶୃଙ୍ଖଳ ଆଜି ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି | ଚିର ବନ୍ଦିତା ବନ୍ଦିନୀ ମାଆ ବନ୍ଧନ ଫେଇବାରେ, ସମ୍ବଲପୁର ସମ୍ବଳ…